ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ଗସିପ୍ ବ୍ୟୁରୋ:ସଫଳତାର ଗୋଟିଏ ଗୋଟିଏ ପାହଚ ଅତିକ୍ରମ କରୁଛନ୍ତି ରାଜ୍ୟ ସରକାର। ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରି ଓଡ଼ିଆ ଇତିହାସରେ ଏକ ଫର୍ଦ୍ଦ ଯୋଡ଼ାଯାଇଥିବା ବେଳେ ଆଜି ପୂରଣ ହୋଇଛଇ କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ‘ଓଡ଼ିଆ ବିଶ୍ୱବିଦ୍ୟାଳୟ’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍ର ଲୋକାର୍ପଣ କରିଛନ୍ତି।
ଉତ୍କଳମଣି ଗୋପବନ୍ଧୁଙ୍କ କର୍ମଭୂମି ସତ୍ୟବାଦୀରେ ଓଡ଼ିଆ ବିଶ୍ଵବିଦ୍ୟାଳୟ ଉଦଘାଟନ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ। ଓଡ଼ିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡ଼ିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଥିଲେ।
ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ
ଫେବ୍ରୁଆରି ୩ ତାରିଖରେ ଆୟୋଜିତ ହେବାକୁ ଯାଉଛି ଓଡିଆ ଭାଷା ସମ୍ମିଳନୀ, ଯାହା ସାରା ଓଡ଼ିଆ ଜାତି ପାଇଁ ଗୌରବର କଥା। ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ। ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ। ଏହି ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ଼ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଅଧିକ ପଢନ୍ତୁ : ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ପରିବାରରେ ତିକ୍ତତା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ସାପ୍ତାହିକ ରାଶିଫଳ…
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। କଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ବ ବିଦ୍ୟାଳୟର କ୍ୟାମ୍ପସ୍ ଉଦ୍ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଏକ ଗୌରବର ସମୟ, ଅସ୍ମିତାର ସମୟ।
ଏହି ଅବସରରେ ବିଶ୍ବ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ର ଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ପ୍ରକାଶ କରିଥିଲେ। ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ।
ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...
ଏଥି ସହିତ ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ। ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର। ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର। ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନ୍ୟପଟେ କାର୍ୟ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡିଆ ବିଶ୍ବବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ । ଓଡିଆ ବିଶ୍ବବିଦ୍ୟାଳୟ ଯୋଗୁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆ ମାନେ ଖୁବ ଉତ୍ସାହିତ ବୋଲି ସେ କହିଥିଲେ।
ଅଧିକ ପଢନ୍ତୁ :ଏହି ରାଶି ପାଇଁ ଦିନଟି କଷ୍ଟ ଦାୟକ ରହିବ ଓ କଠିନ ପରିଶ୍ରମ ସତ୍ତ୍ବେ ଆଶାଜନକ ଫଳ ମିଳିବ ନାହିଁ, ପଢନ୍ତୁ ରାଶିଫଳ
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ସେମାନଙ୍କ ଅଭିଭାଷଣ ଦେଇଥିଲେ। ଉଚ୍ଚଶିକ୍ଷା ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ସ୍ବାଗତ ଭାଷଣ ଦେଇଥିଲେ ଏବଂ କୁଳସଚିବ ରଶ୍ମୀରେଖା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ ସତ୍ୟବାଦୀ ଠାରେ ୨୦୧୮ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ଵବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ। ଆଜି ଏହାର ପ୍ରଥମ ପର୍ୟ୍ୟାୟ ଉଦ୍ଘାଟିତ ହୋଇଛି। ୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି। ପ୍ରଶାସନିକ ବିଲ୍ଡିଂ ରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି। ଏଥିରେ ସ୍କୁଲ ଅଫ ଲର୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି। ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ଅଛି।
ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ