ହିତାଧିକାରୀଙ୍କୁ ମିଳିବ ଆଉ ୫ ବର୍ଷ ମାଗଣା ଚାଉଳ, ରାଜ୍ୟ ସରକାର କଲେ ଘୋଷଣା
 

Odisha Extends State Food Security Scheme By 5 Years
ହିତାଧିକାରୀଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଚାଉଳ, କୋଭିଡ ସମୟରେ ମଧ୍ୟ ରାଜ୍ୟ ସରକାର ହିତାଧିକାରୀମାନଙ୍କୁ ମାଗଣା ଚାଉଳ ପ୍ରଦାନ କରିଥିଲେ, କେନ୍ଦ୍ର ପରେ ରାଜ୍ୟ ସରକାର ଗରିବ ଲୋକଙ୍କୁ ମାଗଣା ଚାଉଳ ଯୋଗାଣ ନିଷ୍ପତ୍ତିକୁ କାଏମ ରଖିଛନ୍ତି । ଏହି ଯୋଜନା ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷ ବୃଦ୍ଧି କରିଛନ୍ତି ।

ଅଧିକ ପଢନ୍ତୁ :ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ସହିତ ଆୟୁର୍ବେଦରେ ‘ବେଲପତ୍ର’ର ମହତ୍ତ୍ବ କ’ଣ ? ଜାଣନ୍ତୁ ସଂକ୍ଷେପରେ...

ସୂଚନା ଅନୁଯାୟୀ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଓଡ଼ିଶାର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି । ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏଁ ଚାଉଳ ପାଉଛନ୍ତି । ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ ।

ଅଧିକ ପଢନ୍ତୁ :ବିଛା ରାଶିକୁ ଶୁକ୍ର ଗୋଚର, ଶୁଭଫଳ ମିଳିବା ସହ ଏହି ୩ ରାଶି ଉପରେ ହେବ ଧନ ବର୍ଷା! 

ରାଜ୍ୟ ସରକାର ଏଥିପାଇଁ ବର୍ଷକୁ ୨୫୦ କୋଟି ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଖର୍ଚ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢନ୍ତୁ :ଡିସେମ୍ବର ୩୧ରେ ମାର୍ଗି ଦେବଗୁରୁ ବୃହସ୍ପତି ଚଳନ, ଏହି ୩ଟି ରାଶି ପାଇଁ ପାଲଟିବ ବରଦାନ

ସୂଚନାଥାଉକି, ପୂର୍ବରୁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧିକୁ ଆଉ ୫ ବର୍ଷ ବୃଦ୍ଧି କରିଛନ୍ତି । ଏହି ଯୋଜନାରେ ଲୋକଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ ଦେବାକୁ ଗତ ନଭେମ୍ବର ୨୯ ରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ରେ ନିଷ୍ପତ୍ତି ହୋଇଛି । ସେହି ଯୋଜନାରେ ୮୧ କୋଟି ହିତାଧିକାରୀ ଉପକୃତ ହେବେ ।

ଅଧିକ ପଢନ୍ତୁ :ସାଥୀଙ୍କୁ ଖୁସି କରିବାକୁ ଚାହୁଁ ଥିଲେ ପ୍ରତିଦିନ ରାତିରେ ଖାଆନ୍ତୁ...,ବୃଦ୍ଧି ପାଇବ ଯୌନ ଶକ୍ତି !
 

Share this story