ଅନୁମତି ଦେଲେ ରାଜ୍ୟ ସରକାର, ଏହି ଦିନ ଅବସର ନେବେ ପୁଲିସ ଡିଜି ସୁନୀଲ ବଂଶଲ
 

Odisha Govt Allows DGP Sunil Bansal To Retire On Dec 31
ଅବସର ନେବେ ପୁଲିସ ଡିଜି ସୁନୀଲ ବଂଶଲ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି ମିଳିଛି। ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲଙ୍କୁ ଅବସର ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ସୁନୀଲ ବଂଶଲ ଅବସର ନେବାକୁ ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!

ସୂଚନାଯୋଗ୍ୟ ୨୦୨୧ ଡିସେମ୍ବରରେ ଓଡ଼ିଶାର ପୁଲିସ ଡିଜି ଭାବେ ଦାୟିତ୍ବ ନେଇଥିଲେ ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲ। ୧୯୮୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡରର ଆଇପିଏସ୍ ଅଫିସର ୧୯୮୮ରେ ପ୍ରଥମେ ଢେଙ୍କାନାଳର ଅତିରିକ୍ତ ଏସପି ହୋଇଥିଲେ ।

ଅଧିକ ପଢନ୍ତୁ: କର୍ମ ଚାପ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟା ସହ ଦେଖାଦେବ ମାନସିକ ଅବସାଦ! ପଢନ୍ତୁ ଆଜିର ରାଶିଫଳ 

ଏହାପରେ ମୟୂରଭଂଜ ଏସପି ଭାବେ କାର୍ଯ୍ୟ କରିଥିଲେ ସୁନୀଲ ବଂଶଲ। ୧୯୯୪ରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ଦୀର୍ଘ ୨୭ ବର୍ଷ ପରେ ୨୦୨୧ରେ ଓଡିଶା ଫେରିବା ସହିତ ପୁଲିସ ବିଭାଗର ସବୁଠାରୁ ବଡ ପଦବୀ ଗ୍ରହଣ କରିଥିଲେ।

ଅଧିକ ପଢନ୍ତୁ :ଓଡ଼ିଶା ଉପରେ ରହିବ କି ବାତ୍ୟା ‘ମିଧିଲି’ର ପ୍ରଭାବ ? ଜାଣନ୍ତୁ କ'ଣ କହୁଛି IMD
 

Share this story