ଓଏଏସ୍‌‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ 
 

Odisha govt Effects Reshuffle In OAS Level
ଓଏଏସ୍‌‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
 

ଓଡ଼ିଆ ଗସିପ୍ ବ୍ୟୁରୋ: ବରିଷ୍ଠ ଓଏଏସ୍‌‌ ସୂର୍ଯ୍ୟନାରାୟଣ ଦାସ ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ବୁଧବାର ରାଜ୍ୟ ସରକାର ଓଏଏସ୍‌‌ ସ୍ତରରେ ଅଦଳବଦଳ କରି ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଥିବା ଶ୍ରୀ ଦାସଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। 

ଅଧିକା ପଢନ୍ତୁ : ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!

ସେହିପରି ନୟାଗଡ଼ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ସୁଚାରୁ କୁମାର ବଳଙ୍କୁ ଭକ୍ତ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ପାଟଣାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀଙ୍କୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଥିବା ଲମ୍ବୋଦର ଧାରୁଆଙ୍କୁ ନୂଆପଡ଼ା ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

ଅଧିକା ପଢନ୍ତୁ : ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ସେହିପରି ଯାଜପୁର ଉପଜିଲ୍ଲାପାଳ ଗୋପୀନାଥ କୁଅଁରଙ୍କୁ ପୁରୀ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁଙ୍କୁ ଭଦ୍ରକ ସିଡିଏମଓ ଅଫିସର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଥିବା ବେଳେ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କୁ ଶ୍ରୀମନ୍ଦିର ପ୍ରଶାସନର ଡେପୁଟି ପ୍ରଶାସକ ଭାବେ ନିଯୁକ୍ତି ମିଳିଛି। ସେହିପରି ବଲାଙ୍ଗିର ତହସିଲଦାର ଅମିତ କୁମାର ନାୟକଙ୍କୁ ପାଟଣାଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କାରଯାଇଛି।

ଅଧିକା ପଢନ୍ତୁ : ସାବଧାନ ! କିଡନୀ ରୋଗୀ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

Share this story

World Odia Language Conferene