ସରକାରୀ ହାଇସ୍କୁଲରେ 576 ଜଣ ହିନ୍ଦୀ-ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
 

Odisha Govt Gives Appointment Letters to 368 Hindi and 208 sanskrit teachers
576 ଜଣ ହିନ୍ଦୀ-ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । 

ଅଧିକ ପଢନ୍ତୁ : ବ୍ୟସ୍ତତା ଭିତରେ ଦିନଟି କଟିବା ସହ ଏହି ରାଶି ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ହେବ! ପଢନ୍ତୁ ଆଜିର ରାଶିଫଳ 

ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । 

ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

ଅଧିକ ପଢନ୍ତୁ : ଆୟ ତୁଳନାରେ ବ୍ୟୟ ବଢ଼ିବା ସହ ଏହି ରାଶି ଲୋକ ମାନସିକ ଅଶାନ୍ତି ଭିତରେ ବୁଡ଼ି ରହିବେ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story