୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧାରା ପଡିଲେ ପ୍ରଧାନଶିକ୍ଷକ
 

Odisha Vigilance Nabs Headmaster While Taking Bribe
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପ୍ରଧାନଶିକ୍ଷକ
 

ଓଡ଼ିଆ ଗସିପ୍ ବ୍ୟୁରୋ: କେନ୍ଦ୍ରାପଡ଼ା ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ଆତି ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। 

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ପ୍ରଧାନଶିକ୍ଷକ ନିରଞ୍ଜନ ଆତି ନିଜ ସ୍କୁଲର ଜଣେ କର୍ମଚାରୀଙ୍କ ଗୃହ ଋଣ ପାଇଁ ଅଭିଯୋଗକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଭିଜିଲାନ୍ସ ବିଭାଗରେ ଅବଗତ କରିଥିଲେ। ତେବେ ଯୋଜନା ମୁତାବକ ଆଜି ପ୍ରଧାନଶିକ୍ଷକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଅତର୍କିତ ଚଢ଼ଉ କରିଥିଲା। 

ଅଧିକ ପଢନ୍ତୁ :ଆର୍ଥିକ ସମସ୍ୟା ଦେଖା ଦେବା ସହ ସ୍ୱାସ୍ଥ୍ୟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ! ପଢନ୍ତୁ ଆଜିର ରାଶିଫଳ 

ଭିଜିଲାନ୍ସ କର୍ମଚାରୀମାନେ ଘଟଣାସ୍ଥଳରୁ ୫ ହଜାର ଟଙ୍କା ଜବତ କରିଥିଲେ। ଏହା ପରେ ଭିଜିଲାନ୍ସ ବିଭାଗ ପ୍ରଧାନଶିକ୍ଷକଙ୍କ ବିଭିନ୍ନ ଠିକଣାରେ ସର୍ଚ୍ଚ କରୁଥିବା ଜଣାପଡ଼ିଛି।

ଅଧିକ ପଢନ୍ତୁ :୧୦ ଥର ବିଧାୟିକା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ଗତକାଲି ମୁଖ୍ୟମନ୍ତ୍ରୀ ଭେଟି...
 

Share this story