Odisha Weather: ଆଜି ବି କଲବଲ କରିବ କାଳବୈଶାଖୀ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଓଡ଼ିଆ ଗସିପ ବ୍ୟୁରୋ (ଭୁବନେଶ୍ୱର ସ୍ୱତନ୍ତ୍ର ପ୍ରତିନିଧି): ରାଜ୍ୟକୁ କାଳ ସାଜିଛି କାଳବୈଶାଖୀ । ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୨୦ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହେଲେ ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ର, ପାଖାପାଖି ୪୦ ଡିଗ୍ରି ଡେଇଁବ ପାରଦ ।
ସେହିପରି ଏପ୍ରିଲ ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ଅନ୍ୟପଟେ ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ ।
ଆଉ ଏପ୍ରିଲ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
.png)
