ସମସ୍ତଙ୍କୁ ଛାଡି ଆରପାରିକୁ ଚାଲିଗଲେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
Nov 17, 2025, 21:58 IST
ଓଡ଼ିଆ ଗସିପ ବ୍ୟୁରୋ: ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ।
ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । 34 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର ।
ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍ଙ୍କ ଦେହାନ୍ତ ହୋଇଛି । ଆଉ ସେ ଚିରନିଦ୍ରାରେ ଶୋଇଯାଇଛନ୍ତି ।
