କୋଲକତାରୁ ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ୧୦ ଆହତ, ୨ ଗୁରୁତର

passenger bus travelling towards Puri met accident

ଓଡ଼ିଆ ଗସିପ ବ୍ୟୁରୋ: ଦୁର୍ଘଟଣାଗ୍ରସ୍ତ ହେଲା ତୀର୍ଥଯାତ୍ରୀ ବସ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜୁରାଗଢିଆ ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି ।

ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବସ୍‌କୁ ଜବତ କରିବା ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, କୋଲକତାରୁ ପୁରୀ ଅଭିମୁଖେ ବସ ଟି ଯାଉଥିବା ସମୟରେ ୧୬ନଂ ଜାତୀୟ ରାଜପଥ ଭଦ୍ରକ ଯୋରାଗଡ଼ିଆ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ଅଧିକ ପଢ଼ନ୍ତୁ : ଦେଖନ୍ତୁ ଏହି ସାଙ୍ଘାତିକ ଷଦଯନ୍ତ୍ର ଭିଡିଓ : ୭୦ ବିଧାୟକଙ୍କୁ କଳେ ବଳେ କୌଶଳେ ଏକାଠି କରି ନବୀନ ସରକାରଙ୍କୁ ବିଦା କରିବେ ମୋଦି

ରାସ୍ତା କଡରେ ଛିଡା ହୋଇଥିବା ଗୋଟିଏ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ତୀର୍ଥଯାତ୍ରୀ ବସ । ଫଳରେ ବସଟିର ସମ୍ମୁଖ ଅଂଶ ଭାଙ୍ଗି ଯିବା ସହ ଯାତ୍ରୀ ମାନେ ଦୁର୍ଘଟଣାର ଶିକାର ହୋଇଥିଲେ ।

ଦୁର୍ଘଟଣାଗ୍ରସ୍ତ ଯାତ୍ରୀ ମାନଙ୍କୁ ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡିକାଲ ରେ ଭର୍ତ୍ତି କରାଯାଇଛି । କିଛି ଯାତ୍ରୀ ସୁସ୍ଥ ହୋଇ ନିଜ ନିଜ ଅଞ୍ଚଳକୁ ଫେରି ଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ଜଣାପଡିଛି ।

Share this story