ବନ୍ଦ ଘରୁ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର; କପି କରି ଧରାପଡିବାରୁ ଆତ୍ମହତ୍ୟା ସନ୍ଦେହ
 

Plus II Student Booked For Malpractice During Exam Found Hanging In Odisha’s Berhampur
ଯୁକ୍ତଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣଙ୍କ ବ୍ରହ୍ମପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନର ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷରେ ପଢ଼ୁଥିଲେ। ତାଙ୍କ ନାଁ ଦେବାଶିଷ ସେଠୀ। ତାଙ୍କ ଘର ବୈଦ୍ୟନାଥପୁର ଥାନା ସୂର୍ଯ୍ୟ ନଗର ଅଞ୍ଚଳରେ।

ଅଧିକ ପଢନ୍ତୁ : ଦୀର୍ଘ ୧୨ ବର୍ଷ ପରେ ବୃଷ ରାଶିରେ ଚଳନ କରିବେ ଦେବଗୁରୁ ବୃହସ୍ପତି, ଉଜ୍ୱଳ ହେବ ୩ ରାଶିର ଭାଗ୍ୟ!

ତେବେ ଅଭିଯୋଗ ଅନୁସାରେ ଛାତ୍ର ଜଣକ ଗତକାଲି ଫିଜିକ୍ସ ପରୀକ୍ଷା ଦେବା ବେଳେ କପି କରି ଧରାପଡିଥିଲେ । ତା ପରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ, ଗୁରୁବାର ଦେବାଶିଷଙ୍କର ଫିଜିକ୍ସ ପରୀକ୍ଷା ଥିଲା । ପରୀକ୍ଷା ପରେ ଦେବାଶିଷ ଘରକୁ ଫେରିଥିଲେ। ଖାଇ ପିଇ ନିଜ ରୁମ୍‌କୁ ରେଷ୍ଟ ନେବାକୁ ଯାଇଥିଲେ । ହେଲେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଜ ରୁମ୍‌ର କବାଟ ଖୋଲି ନଥିଲେ ଦେବାଶିଷ । 

ଅଧିକ ପଢନ୍ତୁ : ବାପା ଓ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ରହିବା ସହ କର୍ମରେ ଅସ୍ଥିରତା, ବାଧାବିଘ୍ନ ଦେଖା ଦେବ! ପଢନ୍ତୁ ରାଶିଫଳ 

ବାଧ୍ୟହୋଇ କବାଟ ତାଡ଼ିବା ପରେ ରୁମରୁ ଦେବାଶିଷଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦେବାଶିଷଙ୍କୁ ମୃତ ଘୋଷଣା କରିଥିଲେ।

ଅଧିକ ପଢନ୍ତୁ : ଆୟ ତୁଳନାରେ ବ୍ୟୟ ବଢ଼ିବା ସହ ଏହି ରାଶି ଲୋକ ମାନସିକ ଅଶାନ୍ତି ଭିତରେ ବୁଡ଼ି ରହିବେ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story