ପୁରୀ ବାଣ ବିସ୍ଫୋରଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ଗସିପ୍ ବ୍ୟୁରୋ: ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି।
ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା
ଅଧିକ ପଢନ୍ତୁ : କୌଣସି କଥାକୁ ନେଇ ଚିନ୍ତାରେ ରହିବା ସହ ଏହି ରାଶି ବ୍ୟକ୍ତିଙ୍କ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ
ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...
ଏଥି ସହିତ ମୁଖ୍ୟମନ୍ତ୍ରୀ ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ସେପଟେ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଅଧିକ ପଢନ୍ତୁ : ଡାଇସେଟିସ୍ ରୋଗୀ ସାବଧାନ! ରାତିରେ ଖାଆନ୍ତୁ ନାହିଁ ଏହି ୪ଟି ଖାଦ୍ୟ, ଅନକଣ୍ଚ୍ରୋଲ ହୋଇଯିବ ସୁଗାର ଲେବଲ