ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର, ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ
 

Puri Sri Jagannath International Airport 2203 crores tender call
ଖୁବ୍ ଶୀଘ୍ର ପୁରୀ ଏୟାରପୋର୍ଟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । 

ଅଧିକ ପଢନ୍ତୁ :ସମାନ ଗୋତ୍ରରେ ବିବାହ କଲେ କି ସମସ୍ୟା ଭୋଗିବେ? ଜାଣନ୍ତୁ ବିଜ୍ଞାନରେ ରହିଛି ଏହାର ଉତ୍ତର

ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ ମଧ୍ଯରେ ପିପିପି ମୋଡରେ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ।

ଅଧିକ ପଢନ୍ତୁ :ଗଜଲକ୍ଷ୍ମୀ ରାଜଯୋଗ, ଆସୁଛି ଭଲ ସମୟ, ଏହି ୩ ରାଶି ହେବେ ମାଲେମାଲ୍

ଏହାପରେ ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି । 

ଅଧିକ ପଢନ୍ତୁ :ଆୟ ତୁଳନାରେ ବ୍ୟୟ ବଢ଼ିବା ସହ ଏହି ରାଶି ଲୋକ ମାନସିକ ଅଶାନ୍ତି ଭିତରେ ବୁଡ଼ି ରହିବେ! ପଢନ୍ତୁ ଏ ସପ୍ତାହର ରାଶିଫଳ

୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି । ପ୍ରସ୍ତାବିତ ବିମାନ ବନ୍ଦର ଶେଷ ହୋଇପାରିଲେ ପୁରୀ ଐତିହ୍ୟ ନଗରୀର ସ୍ୱପ୍ନ ସାକାର ହୋଇପାରିବ ବୋଲି ସେବାୟତ ଓ ବୁଦ୍ଧିଜୀବୀ ଆଶା ରଖିଛନ୍ତି ।

ଅଧିକ ପଢନ୍ତୁ :ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବା ସହ ମନ ଦୁର୍ବଳ ରହିବ ଓ ଧାର କରଜ କରି କାମ ଚଳାଇବେ! ପଢନ୍ତୁ ଆଜିର ରାଶିଫଳ
 

Share this story