ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ, ଜାଣନ୍ତୁ କାହିଁକି ?
 

Puri Sri Mandir to remain closed for 6 hours today  Know why
ଆଜି ୬ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ
 

ଓଡ଼ିଆ ଗସିପ୍ ବ୍ୟୁରୋ:  ଆଜି ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏତତ୍ ବ୍ୟତୀତ ଆଜି ଅନବସର ପିଣ୍ଡିରେ ଅନବସର ନୀତି ସଂମ୍ପୃକ୍ତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ।

ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। 

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

ଅଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ଦେଖା ଦେବା ସହ ଚିନ୍ତାରେ ବୁଡ଼ି ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story