ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ, ହାଇକୋର୍ଟର ମୁଖ୍ୟ ବିଚାରପତି କରାଇଲେ ଶପଥ ପାଠ 
 

Raghubar Das Takes Oath As 26th Governor Of Odisha
ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ।

ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ତେବେ ଶପଥ ଗ୍ରହଣ କରିବା ଗତକାଲି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆଜି ଭୋରୁ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ରଘୁବର ଦାସ । ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟିନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!

ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ।

ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...

୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ । ୨୦୦୫ରେ ଅର୍ଜୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ । ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ । ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା । ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।

ଅଧିକ ପଢ଼ନ୍ତୁ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ଗର୍ଭରେ ଟିଉସନ ସାରଙ୍କ ପିଲା, ତଦନ୍ତ ପରେ ବାନ୍ଧିଲା ପୋଲିସ 

Share this story