ଆସୁଛି ବଡ଼ ବର୍ଷା, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ...
 

Rain alert in odisha yellow warning issued for these districts know details
ଆସୁଛି ବଡ଼ ବର୍ଷା, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଅଧିକ ପଢନ୍ତୁ : ୨୩୭ ଦିନ ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ! ଶନି ଚଳନ ଫଳରେ ଏହି ୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି...

ଏହା ପ୍ରଭାବରେ ଆସନ୍ତା କାଲି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେ‌ଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରେ ରାଜ୍ୟରେ ଏହାର ପ୍ରଭାବ ସାମାନ୍ୟ ବୃଦ୍ଧି ପାଇବା ସହ ୧୭ରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। 

ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ‌ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକାଂଶରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। 

ଅଧିକ ପଢନ୍ତୁ : ହନ୍ତସନ୍ତ ହେବେ ଏହି ରାଶିର ଲୋକ, ୧୦ ବର୍ଷ ପରେ ପଡିଛି ରାଜଯୋଗ, ୩ ରାଶି ପାଇବେ ଲାଭ! 

ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୧୭ ତାରିଖ ଦିନ ମଧ୍ୟ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!

Share this story