ରାଜ୍ୟରେ ୨୪ ଘଣ୍ଟାରେ ୧୮ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି
Jul 2, 2023, 20:54 IST
ଓଡ଼ିଆ ଗସିପ ବ୍ୟୁରୋ : ରାଜ୍ୟବ୍ୟାପୀ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ପାଗରେ ପରିବର୍ତ୍ତନ ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି ।
ଏ ନେଇ ବିଭିନ୍ନ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡିକ ହେଲା- ମାଲକାନାଗିରି , କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର, ମୟୁରଭଞ୍ଜ ଓ କେନ୍ଦୁଝର ।
ଅଧିକ ପଢ଼ନ୍ତୁ : ଆସିଲା ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଅଧ୍ୟାଦେଶ, ଶୋଷଣରୁ ବଞ୍ଚିତ ହେବେ ଗ୍ରାହକ
ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି ।