ସକ୍ରିୟ ରହିଛି ଗୁରୁଚାପ ବଳୟ, ୨୬ ଯାଏଁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା!
ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଏବେ ଗୁରୁଚାପ ବଳୟ ସକ୍ରିୟ ରହିଥିବା ଦେଖିବାକୁ ମିଳିଛି, ଗତ ୪୮ ଘଣ୍ଟା ମଧ୍ୟରେ ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରରେ କୋହଲା ପାଗ ସହ ଝିପିଝିପି ବର୍ଷା ହୋଇଛି। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।
ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ
ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ଏଥିସହ କିଛି ଅଞ୍ଚଳରେ ଘନ କୁହୁଡ଼ି ହେବାକୁ ଥିବାରୁ ଚେତାବନୀ ଜାରି କରିଛି ବିଭାଗ। ଆଗାମୀ ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ ଏବଂ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇପାରେ।
ଅଧିକ ପଢନ୍ତୁ : ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ପରିବାରରେ ତିକ୍ତତା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ସାପ୍ତାହିକ ରାଶିଫଳ…
ରାତି ଓ ଦିନର ତାପମାତ୍ରାରେ ତାରତମ୍ୟ ସାମାନ୍ୟ କମ୍ ରହୁଥିବାରୁ ଦିନତମାମ ଥଣ୍ଡା ଅନୁଭୂତ ହେଉଛି। ୨୫ ତାରିଖ ବେଳକୁ କୋହଲା ପାଗ ହଟିବ। ୨୬ ତାରିଖଠାରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...
ସେପଟେ ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି ଏବଂ ଘନ କୁହୁଡ଼ି ଲୋକଙ୍କ ସମସ୍ୟାକୁ ବଢ଼ାଇ ଦେଇଛି। କୁହୁଡି ସମ୍ପର୍କରେ ଭାରତ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହା ସହିତ ପାଣିପାଗ ବିଭାଗ ଉତ୍ତରପ୍ରଦେଶରେ ଘନ କୁହୁଡ଼ି ଏବଂ ଥଣ୍ଡା ଦିନର ଚେତାବନୀ ଦେଇଛି।
ଅଧିକ ପଢନ୍ତୁ : ଧାର କରଜ କରି କାମ ଚଳାଇବା ସହ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ଏହି ରାଶି ଲୋକ, ପଢନ୍ତୁ ରାଶିଫଳ
ଆଇଏମଡି ସୂଚନା ଅନୁସାରେ ଆଗାମୀ ଦିନରେ ଦିଲ୍ଲୀ-ଏନସିଆର ବ୍ୟତୀତ ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ଉତ୍ତର ରାଜସ୍ଥାନ, ଉତ୍ତର ମଧ୍ୟପ୍ରଦେଶ ଏବଂ ବିହାରର ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଏଥି ସହିତ, ଏହି ରାଜ୍ୟଗୁଡିକର କେତେକ ଅଞ୍ଚଳରେ ତାପମାତ୍ରା ମଧ୍ୟ ୩ ଡିଗ୍ରୀ ତଳକୁ ଯାଇପାରେ।
ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ