୧୨ ଜିଲ୍ଲାରେ ପ୍ରବଳ ବର୍ଷା! ଆହୁରି ୨ ଦିନ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା, ସତର୍କ ରହିବାକୁ ନିର୍ଦ୍ଦେଶ

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ଦେଖା ଦେଇଛି। ଏମିତିକି ଆଜି ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ମଧ୍ୟ ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!
ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏ ନେଇ ସତର୍କ ରହିବାକୁ ଦିଆଯାଇଛି ନିର୍ଦ୍ଦେଶ । ୧୨ ଜିଲ୍ଲା- ନୂଆପଡ଼ା, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଝାରସୁଗୁଡ଼ା, ସୋନପୁର, ଅନୁଗୁଳ, ସୁନ୍ଦରଗଡ଼ ଓ ଦେବଗଡ଼ରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୩ ଦିନ ରାଜ୍ୟରେ ମେଘୁଆ ପାଗ ରହିବା ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମା ଝଡ ଏବଂ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଜଳୀୟ ବାଷ୍ପ ବାୟୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି ।
ଆଧିକ ପଢନ୍ତୁ :ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବା ସହ ଧାର କରଜ କରିବାରୁ ରକ୍ଷା ପାଇବେ! ପଢନ୍ତୁ ଆଜିର ରାଶିଫଳ
ସେହିଭଳି ୫ ଦିନ ରାଜ୍ୟରେ ପାଗ ମେଘୁଆ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ ପ୍ରଭାବରେ କିଛି ସ୍ଥାନରେ ବର୍ଷା ବି ହୋଇପାରେ ।
ଗତ ଦୁଇ ଦିନ ହେବ କିଛି କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ତାପମାତ୍ରା କମାଇବା ସହ ଖରା ଗରମ ରୁ ନିସ୍ତାର ଦେଇଚି। ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ଏଭଳି ପାଗ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ଏବଂ ଆସନ୍ତା ୨୯ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ପୁଣି ତାପମାତ୍ରା ବୃଦ୍ଧି ପାଇବ।
ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ