ତାତିରେ କଲବଲ ସାରା ଓଡ଼ିଶା, କାଲିଠୁ ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସହ ହାଲୁକା ବର୍ଷା ସମ୍ଭାବନା
 

Rainfall expected in many parts of the state of Odisha
କାଲିଠୁ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା!
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଲାଗି ରହିବ ଖରାଛାଇର ଖେଳ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି। ବର୍ତ୍ତମାନ ଯେତିକି ତାପମାତ୍ରା ରେକର୍ଡ ହେଉଛି ସେତିକି ମଧ୍ୟରେ ରହିବ ତାତି। ରାଜ୍ୟରେ ଏବେ ଏକ ପଶ୍ଚମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଧିକ ପଢନ୍ତୁ :ମାସଟି ଏହି ରାଶି ପାଇଁ ସବୁଠୁ ଭାଗ୍ୟଶାଳୀ ରହିବା ସହ ଅଟକି ଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 

ସୂଚନା ଅନୁଯାୟୀ, ସୋମବାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡ ରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୬ ତାରିଖରେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଆଧିକ ପଢନ୍ତୁ : ବୁଧ ଚଳନ! ଚଳିତ ମାସ ମାର୍ଚ୍ଚ ୭ ତାରିଖରୁ ଏସ ୪ରାଶି ଉପରେ ପଡିବ ପ୍ରଭାବ

ସେହିପରି ୭ ଓ ୮ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ସହ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୭ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ବଳ୍ପରୁ ମଧ୍ଯମ ଧରଣର ବର୍ଷା ହୋଇପାରେ । ସେହପରି ୮ରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁରରେ ସାମାନ୍ୟ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଆଧିକ ପଢନ୍ତୁ : ଭବିଷ୍ୟତ ପାଇଁ ଚିନ୍ତାରେ ରହିବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବେ! ପଢନ୍ତୁ ଏ ସପ୍ତାହର ରାଶିଫଳ

Share this story