ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା, ସତର୍କ କଲା ପାଣିପଗ ବିଭାଗ

Rainfall with lightning strike in 14 districts for the next 24 hours
ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା, ସତର୍କ କଲା ପାଣିପଗ ବିଭାଗ

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । 

ଅଧିକ ପଢନ୍ତୁ : ଜୀବନରେ ସେକ୍ସ ନିହାତି ଆବଶ୍ୟକ କାହିଁକି ? ଜାଣନ୍ତୁ ସୁସ୍ଥ ଯୌନ ସମ୍ପର୍କର ୭ଟି ଉପକାରିତା ବିଷୟରେ 

ତେବେ ମୟୁରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝରରେ ବର୍ଷାର ପରିମାଣ ସାମାନ୍ୟ ଅଧିକ ରହିବ ବୋଲି ପାଣିପଗ ବିଭାଗ ଆକଳନ କରିଛି।  ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । 

ଅଧିକ ପଢନ୍ତୁ : ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି। ଖାସ୍ କରି ବଜ୍ରପାତ ପାଇଁ ଏହି ଜିଲ୍ଲାଗୁଡ଼ିକରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Share this story