World Odia Language Conferene

ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୨ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

road accident kills two on spot and more injured

ଓଡ଼ିଆ ଗସିପ ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ହାଇୱାକୁ ଧକ୍କା ଦେଇଛି ।

ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଆହୁରି ପଢନ୍ତୁ : ଆଜିର ରାଶିଫଳ: ଏହି ରାଶି ଥିବା ବ୍ୟକ୍ତି ବିରୋଧୀମାନଙ୍କ କୂଟଚକ୍ରାନ୍ତରେ ପଡ଼ିଯାଇପାରନ୍ତି

ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁଇ ଜଣଙ୍କୁ ଯେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

Share this story