ଗିରଫ ହେଲେ ସ୍କୁଲ କିରାଣୀ, ୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ
Nov 16, 2023, 17:02 IST
ସ୍କୁଲ କିରାଣୀ ୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ
ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ । ପେନସନ ଟଙ୍କା କରାଇ ଦେବା ପାଇଁ ୪୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରା ପଡ଼ିଲେ । କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ।
ଅଧିକ ପଢନ୍ତୁ :ଏହି ରାଶି ଲୋକଙ୍କ ଶରୀର ଅସୁସ୍ଥ, ପାରିବାରିକ ଅଶାନ୍ତି ରହିବା ସହ ମନ ଭଲ ରହିବ ନାହିଁ, ପଢନ୍ତୁ ଆଜିର ରାଶିଫଳ
ଖବର ଅନୁଯାୟୀ, ଅବସରପ୍ରାପ୍ତ ନିରଞ୍ଜନ ରାୟଙ୍କର ପେନସନ କାଗଜପତ୍ର କାମ କରାଇଦେବା ପାଇଁ କିରାଣୀ ମହେଶ୍ୱର ସାମଲଙ୍କୁ ୭ ହଜାର ଟଙ୍କା ମାଗିଥିଲେ । ଏନେଇ ନିରଞ୍ଜନ ବୁଧବାର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ । ଗୁରୁବାର ଅବସରପ୍ରାପ୍ତ ଶିକ୍ଷକ ନିରଞ୍ଜନ କିରାଣୀ ମହେଶ୍ୱରକୁ ୪ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!