ବଦଳିଲା ସ୍କୁଲ୍‌ ଆସିବା ସମୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତି 

School timing changed for excessive heat wave in Odisha morning school from april 2
ବଦଳିଲା ସ୍କୁଲ୍‌ ଆସିବା ସମୟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି।  ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଧିକ ପଢନ୍ତୁ: ଏହି ୫ଟି ସଂକେତ ଦେଖାଦେଲେ ଭୁଲରେ କରନ୍ତୁ ନାହିଁ ଅଣଦେଖା! ହୋଇପାରେ କିଡନୀ ସମସ୍ୟା 

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ।

school timing

 

ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କହୁଯାଇଛି ଯେ, ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

ଆଧିକ ପଢନ୍ତୁ : ଏହି ଦିନ ଲାଗୁଛି ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ, ଏହି ୫ ରାଶି ରୁହନ୍ତୁ ସାବଧାନ! ନଚେତ୍...

Share this story