ତୁହାକୁ ତୁହା ବର୍ଷା ଫଳରେ ୮ ଜିଲ୍ଲାର ସ୍କୁଲ-କଲେଜକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଯାହା ପ୍ରଭାବରେ ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଏଥି ସହିତ କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।ପ୍ର ବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛିା
ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଢେଙ୍କାନାଳ, କଟକ, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲା ସମେତ ନବରଙ୍ଗପୁର ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ :- କେବଳ ୨ ଚାମଚ ମେଥିର ସେବନ ପୁରୁଷଙ୍କ ଯୌନ ଇଚ୍ଛା ଦୁଇ ଗୁଣିତ କରିଥାଏ ଏବଂ ମହିଳାଙ୍କ ଏହି ଅଙ୍ଗ କୁ ଉନ୍ନତ କରିଥାଏ, ଜାଣନ୍ତୁ କିପରି...
ଅନ୍ୟପଟେ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୮ ଜିଲ୍ଲାର ଜିଲ୍ଲାପାଳ ନିଜ ନିଜ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜ ଗୁଡିକୁ ଛୁଟି ଘୋଷଣା କରିଛନ୍ତି। ଆଜି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଜି ସ୍କୁଲ ବନ୍ଦ ପାଇଁ ଘୋଷଣା ହୋଇଥିବା ଜିଲ୍ଲାମାନଙ୍କ ମଧ୍ୟରେ କେନ୍ଦୁଝର,ବଲାଙ୍ଗୀର,ଅନୁଗୁଳ,କଳାହାଣ୍ଡି,ଢ଼େଙ୍କାନାଳ,ସୁବର୍ଣ୍ଣପୁର,ସମ୍ବଲପୁର ଓ ନୂଆପଡା।
ଅଧିକ ପଢନ୍ତୁ :- ଓଡ଼ିଶା ଜମାକାରୀଙ୍କୁ ମିଳିବ ‘ସାହାରା’ ଟଙ୍କା, କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ତାଲିକା ଦେଲେ ରାଜ୍ୟ ସରକାର
ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କାରଣ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ରରେ ୫୫ରୁ ୭୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।