ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ
 

Senior Clerk In Vigilance Net
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଇଏସଆଇ ଡିସପେନସରୀ ବରିଷ୍ଠ କିରାଣୀ ଅଭିରାମ ସାହୁ । ଗ୍ୟାସ ମେକାନିକ ବିଶ୍ୱନାଥ ସିଂହଙ୍କ ଫାଇଲ ପାସ କରିଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ । 

ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!

ତାଙ୍କ ନିକଟରୁ ଭିଜିଲାନ୍ସ ଅଧିକାରୀ ରଙ୍ଗବୋଳା ଟଙ୍କା ଜବତ କରିଛନ୍ତି । ଟିମ ଅଧିକାରୀ ଏକକାଳୀନ ତାଙ୍କ ଅଫିସ ଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛନ୍ତି । ମିଳିଥିବା ସୂଚନାମୁତାବକ ବିଶ୍ୱନାଥ ବାଲୁଘାଟ ବସ୍ତିରେ ରହନ୍ତି । 

ଆଧିକ ପଢନ୍ତୁ :ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ଏହି ରାଶି ବ୍ୟକ୍ତିଙ୍କ ଆର୍ଥିକ ସମସ୍ୟା ସୃଷ୍ଟି ହେବ! ପଢନ୍ତୁ ଆଜିର ରାଶିଫଳ 

ସେ ରୁପୁଟୋଲାରେ ଥିବା ଭାରତ ଗ୍ୟାସ ଏଜେନସିରେ ଚୁଲା ମେକାନିକ କାମ କରୁଥିଲେ । ଗତ ୨୦୨୦ ମେ ମାସରେ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିଲେ । ତାଙ୍କୁ ପ୍ରଥମେ ଇଏସଆଇ ମଡେଲ ହସ୍ପିଟାଲ ଓ ପରେ ଆଇଜିଏଚକୁ ସ୍ଥାନାନ୍ତର କରାଯାଇଥିଲା ।

ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story