୫ ଦିନ ପର୍ଯ୍ୟନ୍ତ ସକ୍ରିୟ ହେବ ପଶ୍ଚିମା ଝଡ, କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଢିବ ଶୀତ! 
 

Several Odisha Districts To Witness Rainfall From Jan 17 IMD
କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଢିବ ଶୀତ 
 

ଓଡ଼ିଆ ଗସିପ୍ ବ୍ୟୁରୋ:  ଦିନକ ପରେ ବଦଳିବ ପାଗ। ଆସନ୍ତା ୧୭ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିବା ସହ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅଧିକ ପଢନ୍ତୁ :ଏହି ରାଶି ଲୋକଙ୍କ ଦେହ ଅସୁସ୍ଥ ରହିବା ସହ ଆୟ ତୁଳନାରେ ବ୍ୟୟ ଅଧିକ ହେବ, ପଢନ୍ତୁ ଆଜିର ରାଶିଫଳ  

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ। ହେଲେ ୧୭ ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବ ଓ ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୧୭ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜ ଆଦିରେ ବର୍ଷା ଆଶଙ୍କା ରହିଛି। 

ଅଧିକ ପଢନ୍ତୁ :ମକର ରାଶିରେ ସୂର୍ଯ୍ୟଙ୍କ ଚଳନ, ୧୫ରୁ ବଦଳିବ ଏହି ୪ ରାଶିର ଭାଗ୍ୟ, ହେବ ଧନର ବର୍ଷା !

ସେହିପରି ୧୮ରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ଆଶଙ୍କା ରହିଛି। ରାଜ୍ୟରେ ବର୍ତ୍ତମାନ ତାପମାତ୍ରା ହ୍ରାସ ଯୋଗୁଁ ଅନେକ ସ୍ଥାନରେ ଶୀତ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ।

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 
 

Share this story