କେରଳ ଛୁଇଁଲା ମୌସୁମୀ, ସ୍ୱାଭାବିକଠୁ ଅଧିକ ବର୍ଷିବା ସହ ଜାଣନ୍ତୁ ଓଡିଶାରେ କେବେ ପହଞ୍ଚିବ? 
 

Southwest monsoon arrives early in Kerala
କେବେ ଓଡ଼ିଶା ଛୁଇଁବ ମୌସୁମୀ?
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେଉଛି। 

ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ମୌସୁମୀର ଆଗମନ ସହ ଦେଶବାସୀଙ୍କୁ ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ଖୁବ୍ ଶୀଘ୍ର ଆଶ୍ବସ୍ତି ମିଳିବ। ପାଣିପାଗ ବିଭାଗ କହିଛି ଯେ ଧାର୍ଯ୍ୟ ସମୟର ଗୋଟିଏ ଦିନ ପୂର୍ବରୁ ମୌସୁମୀ କେରଳ ଛୁଇଁଛି। ଚଳିତ ବର୍ଷ ମେ ୩୧ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ।

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

କେରଳର କୋଟାୟାମ ଜିଲ୍ଲାର ଅନେକ ସ୍ଥାନରେ ପ୍ରଥମ ମୌସୁମୀ ବର୍ଷା ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପହଞ୍ଚିଥିବା ବେଳେ ଆଜି ଉତ୍ତର-ପୂର୍ବ ଭାରତର ଅଧିକାଂଶ ଭାଗକୁ ଛୁଇଁବ। ଅରୁଣାଚଳ ପ୍ରଦେଶ, ତ୍ରିପୁରା, ନାଗାଲାଣ୍ଡ, ମେଘାଳୟ, ମିଜୋରାମ, ମଣିପୁର ଏବଂ ଆସାମରେ ସାଧାରଣ ମୌସୁମୀ ଜୁନରେ ଆରମ୍ଭ ହେବ। 

ଅଧିକ ପଢନ୍ତୁ : ଡାଇସେଟିସ୍ ରୋଗୀ ସାବଧାନ! ରାତିରେ ଖାଆନ୍ତୁ ନାହିଁ ଏହି ୪ଟି ଖାଦ୍ୟ, ଅନକଣ୍ଚ୍ରୋଲ ହୋଇଯିବ ସୁଗାର ଲେବଲ

ଓଡିଶାକୁ ଜୁନ ୧୨ ପରେ ମୌସୁମୀ ଆସିବାର ସମ୍ଭାବନା ରହିଛି । ଦେଶରେ ଏଥର ଭଲ ବର୍ଷା ହେବ । ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ। ୧ ଜୁନରୁ ୩୧ ସେପଟେମ୍ବର ଯାଏଁ ମୌସୁମୀ ପାଇଁ ୮୭ ସେଣ୍ଟିମିଟର ବର୍ଷା ହେଇଥାଏ, ଏଥର ୧୦୬ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ : କୌଣସି କଥାକୁ ନେଇ ଚିନ୍ତାରେ ରହିବା ସହ ଏହି ରାଶି ବ୍ୟକ୍ତିଙ୍କ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 
 

Share this story