ଘାଟିରେ ଓଲଟିଲା ସ୍କୁଲ୍‌ ପିଲାଙ୍କୁ ନେଇ ଯାଉଥିବା ବସ୍‌; ଖେଳ ଶିକ୍ଷକ ମୃତ, ୨୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ
 

Teacher dead and over 20 students injured as bus overturns at Chandahandi ghati
ଘାଟିରେ ଓଲଟିଲା ସ୍କୁଲ୍‌ ପିଲାଙ୍କୁ ନେଇ ଯାଉଥିବା ବସ୍‌;
 

ଓଡ଼ିଆ ଗସିପ୍ ବ୍ୟୁରୋ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଘାଟିରେ ଭାରସାମ୍ୟ ହରାଇ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ବସ୍‌ ଓଲଟିପଡିଛି। ବସ୍‌ଟି ଓଲଟିବା ଫଳରେ ବସ୍‌ରେ ଥିବା ପିଇଟି(କ୍ରୀଡା) ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଝରିଗାଁ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ମିଳିଥିବା ସୂଚନା ଅନୁସାରେ ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ ହେଉଥିଲା। ଏଥି ପାଇଁ ଆଜି ସକାଳେ ଉମରକୋଟର ଦୁଇଟି  ସ୍କୁଲର ପିଲାମାନେ ଶିକ୍ଷକଶିକ୍ଷୟତ୍ରୀଙ୍କ ସହ ଏକ ବସ୍‌ ଯୋଗେ ଚ଼ନ୍ଦାହାଣ୍ଡି ଯାଉଥିଲା। ଚ଼ନ୍ଦାହାଣ୍ଡି ଘାଟିରେ ବସ୍‌ଟି ତଳକୁ ଗଡୁଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। 

ଅଧିକ ପଢ଼ନ୍ତୁ: କାହିଁକି ହୁଏ ବ୍ଳଡ୍‌ କ୍ୟାନସର, ଏହା କେତେ ପ୍ରକାର ? ଜାଣନ୍ତୁ ଏହି ରୋଗର ଲକ୍ଷଣ କଣ...

ଦୁର୍ଘଟଣା ଖବର ପାଇ ଅଗ୍ନିଶମ ଟିମ୍‌ ଏବଂ ପୁଲିସ ଘଟଣାସ୍ଥଳାର ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ତେବେ ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲା ବେଳେ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

Share this story