ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

There will be no darshan for devotees in Shree Mandir for four hours

ଓଡ଼ିଆ ଗସିପ ବ୍ୟୁରୋ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ, ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ ।

ଆହୁରି ପଢ଼ନ୍ତୁ: ଓଡିଶାରେ ପୁଣି ଚାଞ୍ଚଲ୍ୟ : ବନ୍ଦ ଘରେ ପଡି ରହିଛି ୩ ଜଣଙ୍କ ମୃତଦେହ: ରକ୍ତାକ୍ତ ଅବସ୍ଥାରେ ପଡିଛି ୩ଟି ଶବ, ହତ୍ୟା ସନ୍ଦେହ

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି ।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।

Share this story