ମାଡି ଆସୁଛି ପ୍ରଚଣ୍ଡ ଖରା ! ଆସନ୍ତା ୩-୪ ଦିନ କାଳ ବୈଶାଖୀ ବର୍ଷା ବଜ୍ରପାତ ନେଇ ସତର୍କ କଲା ପାଣିପାଗ ବିଭାଗ
 

Thunderstorm with lightning in odisha for the next 3 to 4 days
କାଳ ବୈଶାଖୀ ଦେବ ତାତିରୁ ମୁକ୍ତି ଏସବୁ ଜିଲ୍ଲାରେ ବର୍ଷିବ!
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟର ଉପର ମୁହାଁ ହୋଇଛି ପାରଦ। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଏହି ସ୍ଥିତି ଯୋଗୁଁ ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ନିକଟତର ହୋଇଥିବା ବେଳେ ୧୩ ସହରରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହିଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରାରେ ଆହୁରି ବୃଦ୍ଧି ହେବାକୁ ଥିବାର ସମ୍ଭବତଃ ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ଆଶଙ୍କା ସୃଷ୍ଟି ହୋଇଛି।

ଗୁରୁବାର ରାଜ୍ୟର ୫ ସହରର ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ବେଳେ ଆଗକୁ ଆହୁରି ବଢିବ। ପାଣିପାଗ କେନ୍ଦ୍ର ସୂଚନା ଅନଯୁାୟୀ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିର ତାପମାତ୍ରା ସର୍ବାଧିକ ୩୯.୮ ଡ଼ିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଟିଟିଲାଗଡ଼ରେ ୩୯.୨ ଡିଗ୍ରୀ, ନୟାଗଡ଼ରେ ୩୯.୨, ବୌଦ୍ଧରେ ୩୯.୫ ଡିଗ୍ରୀ ରହିଥିବା ବେଳେ ଭବନୀପାଟଣାରେ ତାପମାତ୍ରା ୩୯.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। 

ଆଧିକ ପଢନ୍ତୁ : କାହିଁକି ଝିଅମାନେ ଅଧାବାଟରୁ ପାର୍ଟନରର ହାତଛାଡ଼ି ଚାଲି ଯାଆନ୍ତି? ଜାଣନ୍ତୁ ଏହାର ଅସଲ କାରଣ

ଏହା ବ୍ୟତୀତ ଚାନ୍ଦବାଲିରେ ୩୮.୨ ଡିଗ୍ରୀ, କଟକରେ ୩୮.୪ ଡିଗ୍ରୀ, ଅନୁଗୋଳରେ ୩୮.୧ ଡିଗ୍ରୀ, ଝାରସୁଗୁଡ଼ାରେ ୩୮.୩ ଡିଗ୍ରୀ, ସମ୍ୱଲପୁରରେ ୩୮.୦ ଡିଗ୍ରୀ, ହୀରାକୁଦରେ ୩୮.୦ ଡିଗ୍ରୀ, ତାଳଚେରରେ ୩୮.୬ ଡିଗ୍ରୀ, ବଲାଙ୍ଗିରରେ ୩୮.୯ ଡିଗ୍ରୀ, ଫୁଲବାଣୀରେ ୩୮.୯ ଡିଗ୍ରୀ, ମାଲକାନଗିରିରେ ୩୮.୨ ଡିଗ୍ରୀ ତାପମାତ୍ରା ରହିଥିଲା।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେଣୁ ୩୧ ତାରିଖ ସୁଦ୍ଧା କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ଅନ୍ୟପଟେ ତାପମାତ୍ରା ବୃଦ୍ଧି ଓ ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରଭାବ ଯୋଗୁଁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। 

ଆଧିକ ପଢନ୍ତୁ : ଏହି ଦିନ ଲାଗୁଛି ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ, ଏହି ୫ ରାଶି ରୁହନ୍ତୁ ସାବଧାନ! ନଚେତ୍...

ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜୁପୁର ଆଦି ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହ ଏହି ଜିଲ୍ଲାଗୁଡ଼ିକରେ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଆଦି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ମୁଖ୍ୟତଃ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ବଜ୍ରପାତରୁ ଲୋକଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। 

କାଳବୈଶାଖୀ ଯୋଗୁଁ ଯଦି କୌଣସି କ୍ଷୟକ୍ଷତି ଘଟେ ତେବେ ତୁରନ୍ତ ଏହାର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗୁରୁବାର ଆଇଏମଡି ପକ୍ଷରୁ ପ୍ରକାଶ ପାଇଥିବା ବିସ୍ତାରିତ ପରିସର ଆକଳନ ଅନୁଯାୟୀ ରାଜ୍ୟରେ ଏପ୍ରିଲ୍‌ ମାସରେ ପ୍ରଚରୁ ତାତି ଅନୁଭୂତ ହେବ। ମୁଖ୍ୟତଃ ଏପ୍ରିଲ୍‌ ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ପ୍ରଚଣ୍ଡ ତାତି ଅନୁଭୂତ ହେବ। ଏହି ସମୟରେ ରାଜ୍ୟର ଅଧିକାଂସ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ରହିଛି।

ଆଧିକ ପଢନ୍ତୁ : ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ଆର୍ଥିକ ସମସ୍ୟା ମଧ୍ୟ ସୃଷ୍ଟି ହେବ! ପଢନ୍ତୁ ଆଜିର ରାଶିଫଳ 
 

Share this story