ବସ୍ -ଟ୍ରକ ମୁହାଁମୁହିଁ ଧକ୍କା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୧୫ ଆହତ

truck head on collision with bus 10 injured

ଓଡ଼ିଆ ଗସିପ୍ ବ୍ୟୁରୋ: ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି ।

ଏହି ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରେ ୫ଜଣ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ : ଚିନ୍ତା ବଢ଼ାଉଛି ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ, ୨ ରାଶି ପାଇଁ ଲାଭ ଓ ୩ ରାଶି ପାଇଁ କ୍ଷତିର ଯୋଗ ରହିଛି...

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ‘ସାହିଲ୍’ ନାମକ ଯାତ୍ରୀବାହୀ ବସ୍‌ଟି ବଡ଼ମ୍ବାରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା । ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ଚାରିଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା ।

Share this story

World Odia Language Conferene