କାର୍ ଟ୍ରକ୍ ଜୋରଦାର ଧକ୍କା, ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ, ଜଣେ ଗୁରୁତର 
 

Two dead one critical as car collides with truck on NH16 in Odisha Bhubaneswar
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,୨ ମୃତ, ଜଣେ ଗୁରୁତର 
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜଧାନୀ ଉପକଣ୍ଠ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । 

ଅଧିକ ପଢନ୍ତୁ : ଶନି ଗୋଚର: ୨୦୨୪ ରେ ଏହି ୪ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ଘଟଣାଟସ୍ଥଳରେ ପାହାଳ ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ଯାଜପୁରର ଅମୂଲ୍ୟ ଦାଶ ଏବଂ ଭଦ୍ରକର ସୁଶୀଲ କୁମାର କର ।ସୂଚନା ଅନୁସାରେ, କଟକ ପଟୁ ଆସୁଥିବା ମାରୁତି ଡିଜାର କାର୍ ଟ୍ରକ୍ ସହ ଜୋରଦାର ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । 

ଅଧିକ ପଢନ୍ତୁ :୨୦୨୪ ଆରମ୍ଭରେ ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ଫିଟିବ ଭାଗ୍ୟ, ହେବ ଆକସ୍ମିକ ଧନ ଲାଭ

ଘଟଣା ସ୍ଥଳରେ ପାହାଳ ପୁଲିସ୍ ପହଞ୍ଚି ରାସ୍ତା କ୍ଲୀୟର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ପାହାଳ ଥାନା ନିକଟ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଅଧିକ ପଢନ୍ତୁ :ଆର୍ଥିକ ସମସ୍ୟା, ସ୍ୱାସ୍ଥ୍ୟରେ ଅବନତି ସହ ପାରିବାରିକ ଅଶାନ୍ତି ଲାଗି ରହିବ, ପଢନ୍ତ ଆଜିର ରାଶିଫଳ 
 

Share this story