ବଡ଼ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା, ବ୍ରେକ୍ ଫେଲ ହୋଇ ଘାଟିରୁ ଖସିଲା ଟ୍ରକ୍‌, ଦୁଇ ମୃତ, ୩ ଗୁରୁତର
 

Two killed and three injured in road accident at Ganjam
ଘାଟିରୁ ଖସିଲା ଟ୍ରକ୍‌, ଦୁଇ ମୃତ, ୩ ଗୁରୁତର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭୟଙ୍କର ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡି଼କାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି। 

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଆରମ୍ଭ ହୋଇଛି । ତେବ, ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକମାନେ ହେଲେ ବିଷ୍ଣୁପ୍ରିୟା ସୁବୁଦ୍ଧି ଓ ଟ୍ରକ୍ ଚାଳକ ନରସିଂହ ରାଓ ବୋଲି ଜଣାପଡିଛି।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ରହିଛି ବଡ଼ ଘାଟି। ଗତକାଲି ବିଳମ୍ବିତ ରାତିରେ, ବଡଘାଟିରେ ଏକ ମାଲ୍ ବୋଝେଇ ଟ୍ରକ୍ ବ୍ରେକ୍ ଫେଲ୍ ହୋଇଯାଇଥିଲା । ଫଳରେ ଟ୍ରକଟି ଦୁଇଟି ଗାଡି଼କୁ ଭୟଙ୍କର ଧକ୍କା ଦେଇଥିଲା। ଟ୍ରକ୍‌ଟି ପ୍ରଥମେ ଏକ ବାଇକକୁ ଧକ୍କା ଦେବା ପରେ ରାସ୍ତା ଉପରେ ଛିଡା ହୋଇଥିବା ଗୋଟିଏ କାରକୁ ଧକ୍କା ଦେଇଥିଲା । ଏହା ପରେ ଟ୍ରକ୍‌ ଟି  ଘାଟିରୁ ଓଲଟି ପଡ଼ିଥିଲା ।

ଫଳରେ ଘଟଣାସ୍ଥଳରେ ଟ୍ରକ ଡ୍ରାଇଭରଙ୍କ ସହ ବାଇକରେ ବସିଥିବା ମହିଳାଙ୍କ ମୃତ୍ୟୁ ଘଟିଥିଲା। ଏବଂ ଏଥିରେ ତିନି ଜଣ ଆହତ ହୋଇଥିଲେ।  ଏହି ଭୟଙ୍କର ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି  ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । 

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ତେବେ, ଏହି ଟ୍ରକଟି ପଲାସା ଠାରୁ ବାହାରି କଲିକତା ଅଭିମୁଖେ  ଯାତ୍ରା କରୁଥିବା ବେଳେ ଏହି ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । 

ଅଧିକ ପଢ଼ନ୍ତୁ: ବିଡ଼ା ବିଡ଼ା ନୋଟ୍, ସୁନା, ରୂପା ସହ ୪୧୭ କୋଟି ଟଙ୍କା ଜବତ କଲା ଇଡି, ରାଡାରରେ ବଲିଉଡର ୧୪ ରୁ ଅଧିକ ନାମ 
 

Share this story