କାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ଦ୍ୱିତୀୟ ‘ବନ୍ଦେ ଭାରତ ଏକ୍ସପ୍ରେସ’, ଶୁଭାରମ୍ଭ କରିବେ PM ମୋଦୀ
ଓଡ଼ିଆ ଗସିପ୍ ବ୍ୟୁରୋ:ଆସନ୍ତାକାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’ ଟ୍ରେନ୍। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ।
ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଓ ବିଧାୟକଙ୍କ ଉପସ୍ଥିତ ରହିବେ। ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଜଗନ୍ନାଥ ଧାମ ପୁରୀରୁ ଇସ୍ପାତ ନଗରୀ ରାଉରକେଲା ସହିତ ସଂଯୋଗ କରିବ।
ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ
ଏହି ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ପ୍ରତି ସପ୍ତାହରେ ଶନିବାରକୁ ଛାଡି ବାକି ଛଅ ଦିନ ଚାଲିବ।
ଅଧିକ ପଢ଼ନ୍ତୁ: କାହା ପାଇଁ ଭଲ ତ କାହା ପାଇଁ ଖରାପ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ
ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ । ଟ୍ରେନ୍ ସଂଖ୍ୟା ୨୦୮୩୬ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨.୪୫ରେ ରାଉରକେଲାରେ ପହଞ୍ଚି।
ଟ୍ରେନ୍ଟି ରାଉରକେଲାରୁ ମଧ୍ୟ ସେହିଦିନ ଅପରାହ୍ନ ୨ଟା୧୦ରେ ଛାଡି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ। ଏହି ଟ୍ରେନଟି ଯାତ୍ରା ସମୟରେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।
ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ
ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ । ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ ୧୧.୫୦ ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ ୧୦.୨୫ ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଥିଲା। ଏବେ ବନ୍ଦେ ଭାରତ ଏକ୍ସପ୍ରେସ ଏହି ମାର୍ଗରେ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ।
ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି
ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି । ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି ।
ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ । ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ ।