ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ

VK Pandain joins BJD

ଓଡ଼ିଆ ଗସିପ ବ୍ୟୁରୋ: ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ । ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ।

ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା । ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ । ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା ।

ଅଧିକ ପଢନ୍ତୁ: ଲଜ୍ ଭିତରୁ ମିଳିଲା ଯୁବତୀଙ୍କ ମୃତଦେହ, ସ୍ବାମୀ ଫେରାର

ଅଧିକ ପଢନ୍ତୁ: ଦେଖନ୍ତୁ ଭିଡ଼ିଓ: ବିଧାୟକ ପ୍ରଦୀପ ପାଣିଗ୍ରାହୀପଙ୍କୁ ନେଇ ଗୋପାଳପୁରରେ କେଁ; ପ୍ରଦୀପଙ୍କୁ କିନ୍ତୁ ଚାହୁଁନି ପଦ୍ମ, ରହିଛି ଏହି ବଡ଼ କାରଣ...

ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ ।

ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ । ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି । ଆଗକୁ  ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

Share this story