ଦାନା ବାନ୍ଧୁଛି ବଡ଼ ଲଘୁଚାପ, ଘୂର୍ଣ୍ଣିବଳୟ ଫଳରେ ରାଜ୍ୟରେ ଏହି ଦିନ ହାଲୁକା ବର୍ଷା ସମ୍ଭାବନା
 

Weather light rain is likely in the odisha in 28 due to low pressure
ଲଘୁଚାପ ଫଳରେ ରାଜ୍ୟରେ ଏହି ଦିନ ହାଲୁକା ବର୍ଷା ସମ୍ଭାବନା
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। 

ଅଧିକ ପଢନ୍ତୁ :ଜଙ୍ଗଲରେ ଉଲଗ୍ନ ଅବସ୍ଥାରେ ବିଧବା ମହିଳାଙ୍କୁ ପଥରରେ ଛେଚି ବୀଭତ୍ସ ହତ୍ୟା

ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ୨୯ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଅନ୍ୟପକ୍ଷରେ, କେନ୍ଦ୍ର ପକ୍ଷରୁ ଜାରୀ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୬ ଓ ୨୭ ତାରିଖରେ ରାଜ୍ୟବ୍ୟାପୀ ପାଗ ଶୁଖିଲା ରହିବ। 

ଅଧିକ ପଢନ୍ତୁ :ଡିସେମ୍ବରରେ ଏହି ୪ଟି ବଡ଼ ଗ୍ରହର ଚଳନ, ଫଳରେ ଏହି ରାଶି ଲୋକଙ୍କ ଜୀବନରେ ହେବ ବଡ଼ ପରିବର୍ତ୍ତନ

୨୮ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୨୮ତାରିଖ ବେଳକୁ ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡ. କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୯ତାରିଖ ପରଠାରୁ ରାଜ୍ୟବ୍ୟାପୀ ପାଗ ପୂର୍ବବତ୍‌‌ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି।

ଅଧିକ ପଢନ୍ତୁ :ସପ୍ତାହିକ ରାଶିଫଳ: ପାରିବାରିକ ଜୀବନରେ ଅସ୍ଥିରତା ସହିତ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ
 

Share this story