କାଳବୈଶାଖୀ ବର୍ଷା ପାଇଁ ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି; ଅପରାହ୍ଣରେ ଝଡ଼ବର୍ଷା ସମ୍ଭାବନା

weather update in odisha

ଓଡ଼ିଆ ଗସିପ ବ୍ୟୁରୋ: ଟ୍ରପଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେଉଛି । ଦିନବେଳା ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା ।

ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାକୁ କାଳବୈଶାଖୀ ସତର୍କତା ଜାରି ହୋଇଛି । ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଆଦି ଜିଲ୍ଲାରେ ଅପରାହ୍ନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହେବ ।

ସେହିପରି ଆସନ୍ତାକାଲି ଉତ୍ତର, ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାପରେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ । କାଁ ଭାଁ ବର୍ଷା ସମ୍ଭାବନା ବି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Share this story

World Odia Language Conferene