ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ଓଡ଼ିଶାରେ ୨ ଦିନ ବର୍ଷା, ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷିବ!
 

Rain Alert To 5 District Of Odisha for Next Two Days
ଓଡ଼ିଶାରେ ୨ ଦିନ ବର୍ଷା

ଓଡ଼ିଆ ଗସିପ୍ ବ୍ୟୁରୋ:ତାତି ଭିତରେ ବର୍ଷା ଆଶଙ୍କା । ଆଜି ଓ କାଲି ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। 

ତେବେ ତାତି ଭିତରେ ଆଜିଠାରୁ ରାଜ୍ୟର ୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ୫ ଜିଲ୍ଲା ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ କୁହାଯାଉଛି ।

ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!

ସେହିପରି ୪ ତାରିଖରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି। ଗତକାଲି ରାଜ୍ୟର ୧୩ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ମାଲକାନଗିରିରେ ଗତକାଲି ଦିନରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ରହିଥିବା ବେଳେ ଏହା ତଳକୁ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। 

ଆଧିକ ପଢନ୍ତୁ : ବୁଧ ଚଳନ! ଚଳିତ ମାସ ମାର୍ଚ୍ଚ ୭ ତାରିଖରୁ ଏସ ୪ରାଶି ଉପରେ ପଡିବ ପ୍ରଭାବ

ଆସନ୍ତା ୨ ଦିନ ଦିନ ତାପମାତ୍ରାରେ ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ମାଲକାନଗିରି, ଭୁବନେଶ୍ୱର ବ୍ୟତୀତ ଝାରସୁଗୁଡା, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ନୟାଗଡ, ବୌଦ୍ଧ, ପାରଳାଖେମୁଣ୍ଡି, ରାୟଗଡା, ଢେଙ୍କନାଳ ଓ ଜଗତସିଂହପୁରରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା।

ଆଧିକ ପଢନ୍ତୁ : ଭବିଷ୍ୟତ ପାଇଁ ଚିନ୍ତାରେ ରହିବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବେ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story