ଓଡିଶା ବଜେଟ 2023-2024: ରାଜ୍ୟ ବଜେଟରେ ଏଥର କଣ ରହିଛି ନୂଆ ଯୋଜନା ପଢି ଜାଣନ୍ତୁ…

What are the new schemes introduced in Odisha Budget 2023-2024

ଓଡ଼ିଆ ଗସିପ ବ୍ୟୁରୋ: ବିଧାନସଭାରେ ଆଗତ ହେଲା ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ ୨୫ ହଜାର କୋଟି ଟଙ୍କା ହେବ । ରାଜସ୍ୱ ପ୍ରାପ୍ତି ୧ ଲକ୍ଷ ୮୪ ହଜାର ୫ଶହ କୋଟି ।

ଏଥର ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ତେବେ ଜାଣନ୍ତୁ କଣ କଣ ଯୋଜନା ଏଥର ନୂଆ କରି ଘୋଷଣା ହୋଇଛି । ଯେମିତି କି :-

ଆହୁରି ପଢ଼ନ୍ତୁ : ଓଡିଶା ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କେଉଁ ବିଭାଗକୁ କେତେ ?

-ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି ।

-ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ।

-ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ।

-ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି ।

-ମୁଖ୍ୟମନ୍ତ୍ରୀ ସଂମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ।

-ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟ ବରାଦ ।

-ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି ।

ଆହୁରି ପଢ଼ନ୍ତୁ : ଅବସର ନେବେ ସୁର ରାଉତରାୟ, ପୁଅକୁ କରାଇବେ ରାଜନୀତିରେ ଏଣ୍ଟ୍ରି...

-ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା ।

-ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି ।

-ବିଦେଶ ବିମାନ ଉଡାଣ ଯୋଜନା ପାଇଁ ୧୦୦ କୋଟିର ବ୍ୟବସ୍ଥା ।

-ମୁଖ୍ୟମନ୍ତ୍ରୀ ମତ୍ସଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି ।

- ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟ ବରାଦ ।

-ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ ।
 

Share this story

World Odia Language Conferene