World Odia Language Conferene

ଜାଣନ୍ତୁ ନବନିର୍ବାଚିତ ୩ ନୂଆ ମନ୍ତ୍ରୀଙ୍କ ମଧ୍ୟରୁ କାହାକୁ ମିଳିଲା କେଉଁ ବିଭାଗ…

what ministry was handed over to these MLAs

ଓଡ଼ିଆ ଗସିପ ବ୍ୟୁରୋ : ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି ।

ସେହିପରି ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି । ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ : କଳ୍ପନାଜଳ୍ପନାର ଅବସାନ ଘଟିଲା ; ବିକ୍ରମ, ଶାରଦା ଓ ସୁଦାମ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେବେ

ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା । ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା ।

Share this story