ଓଡ଼ିଶାର ଏସବୁ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା 
 

Heavy to very heavy rainfall in many district of odisha
Heavy to very heavy rainfall in many district of odisha
 

ଓଡ଼ିଆ ଗସିପ୍ ବ୍ୟୁରୋ:ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। 

ଅଧିକ ପଢନ୍ତୁ :- DN HOMES ପରେ ଅମୀୟ ଦାସଙ୍କ ପାଳି ! ଆଇଟି ମାରିପାରେ ଖୁବଶୀଘ୍ର ଛାପା, ଦେଖନ୍ତୁ ଏହି ଭିଡିଓ...

ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢନ୍ତୁ :- ଓଡ଼ିଶା ଜମାକାରୀଙ୍କୁ ମିଳିବ ‘ସାହାରା’ ଟଙ୍କା, କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ତାଲିକା ଦେଲେ ରାଜ୍ୟ ସରକାର

ଅତି ପ୍ରବଳବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୪ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ବାଲେଶ୍ବର । ସେହିପରୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

Share this story