ବର୍ଷା ଏବଂ ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Yellow warning issued for heavy rain and thunderstrom

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏ ନେଇ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସେହିପରି ନୂଆପଡ଼ା, ସୁନ୍ଦରଗଡ଼, ଦେବଗଡ଼, କଳାହାଣ୍ଡି,ନବରଙ୍ଗପୁର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାକୁ ମଧ୍ୟ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଅଧିକ ପଢ଼ନ୍ତୁ : ପ୍ରାଇଭେଟ୍ ଭିଡିଓ ଭାଇରାଲ୍ କରିଦେଲେ ଶୀତଲଙ୍କ ବୟଫ୍ରେଣ୍ଡ, କୋର୍ଟକୁ ଟାଣିଲେ ଅଭିନେତ୍ରୀ

ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି ।

Share this story