ଅଗଷ୍ଟ ୩ରୁ ଆରମ୍ଭ ହେବ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ଅଗଷ୍ଟ ୩ରୁ ଆରମ୍ଭ ହେବ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା
ଅଗଷ୍ଟ ୩ରୁ ଆରମ୍ଭ ହେବ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ଭୁବନେଶ୍ୱର: ସୋମବାର ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) । ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ପରିଚାଳନା କରାଯାଉଛି ।

ଦୁଇଟି ପର୍ଯ୍ୟାୟରେ ଏହି ଅନଲାଇନ ପରୀକ୍ଷା କରା ଯାଉଛି । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଅଗଷ୍ଟ ୩ ରୁ ୭ ଏବଂ ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷା ଅଗଷ୍ଟ ୧୦ ରୁ ୧୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଦ୍ୱାରା ସୂଚନା ଦିଆ ଯାଇଛି ।

ସୋଆରେ ନାମ ଲେଖାଇବା ନିମନ୍ତେ ଇଛୁକ ଛାତ୍ରଛାତ୍ରୀ ମାନେ ସାଟ ଆଡ଼ମିସନ ଫର୍ମ ପୂରଣ କରି ଏହି ଜାତୀୟସ୍ତରୀୟ ପରୀକ୍ଷା ଦେଇପାରିବେ । ଫର୍ମ ପୂରଣର ଶେଷ ତାରିଖ ଜୁଲାଇ ୩୧ ରହି ଥିଲା । ମାତ୍ର ଏହାକୁ ଅଗଷ୍ଟ ୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ଇଂଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ଫାରମାସିଉଟିକାଲ ସାଇନସସ, ମ୍ୟାନେଜମେଣ୍ଟ, ନର୍ସିଂ, ଏଗ୍ରିକଲଚର, ଲ ଏବଂ ହୋଟେଲ ମ୍ୟାନେଜମେଣ୍ଟର ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ପାଠ୍ୟକ୍ରମରେ ଆଡ଼ମିସନ ନିମନ୍ତେ ଏହି ପରୀକ୍ଷା ପରିଚାଳନା କରାଯାଉଛି ।

ସୋଆର ଆଡ଼ମିସନ ଅଧିକାରୀ ମେରିଟ ଲିଷ୍ଟ ଅନୁଯାୟୀ ଛାତ୍ରଛାତ୍ରୀ ମାନଙ୍କ ତାଲିକା ପ୍ରସ୍ତୁତ କରିବେ ।

ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ପ୍ରୋଗ୍ରାମରେ ଆଡ଼ମିସନ ନିମନ୍ତେ ସାଟର ଫଳାଫଳ ଓ ଜେଇଇ ମେନର ସ୍କୋରକାର୍ଡ ଅନୁଧ୍ୟାନ କରାଯିବ । ମେଡିକାଲ ସାଇନସେସ ଓ ଡେଣ୍ଟାଲ ସାଇନସେସ ପ୍ରୋଗ୍ରାମରେ ଆଡ଼ମିସନ ନିମନ୍ତେ ନୀଟ ପରୀକ୍ଷାର ସ୍କୋର କାର୍ଡକୁ ଅନୁଧ୍ୟାନ କରାଯିବ ବୋଲି ସୋଆ ପକ୍ଷରୁ ସୂଚନା ଦିଆଯାଇଛି ।

ସୋଆ ସଂରକ୍ଷଣ ନୀତି ଅନୁଯାୟୀ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କ୍ଷେତ୍ରରେ ଆଡ଼ମିସନ ନିମନ୍ତେ ଯଥାକ୍ରମେ 15 ପ୍ରତିଶତ ଓ 7.5 ପ୍ରତିଶତ ସିଟ ସଂରକ୍ଷିତ ରଖାଯାଇଛି । ସେହିପରି ମହିଳାଙ୍କ କ୍ଷେତ୍ରରେ 30 ପ୍ରତିଶତ ସଂରକ୍ଷଣ ରହିଥିବା ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

Share this story

World Odia Language Conferene