୨୦୨୪ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ଦେଖନ୍ତୁ ପ୍ରାର୍ଥୀ ତାଲିକା 
 

BJP Announces Candidates For 18 Lok Sabha Seats In Odisha
ବିଜେପିର ୧୮ଟି ଲୋକସଭା ପ୍ରାର୍ଥୀ ଲିଷ୍ଟ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଗକୁ ସାଧାରଣ ନିର୍ବାଚନ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପିର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍‌ ଦେଇଛି।

ଆଧିକ ପଢନ୍ତୁ: ଏହି ୫ଟି ସଂକେତ ଦେଖାଦେଲେ ଭୁଲରେ କରନ୍ତୁ ନାହିଁ ଅଣଦେଖା! ହୋଇପାରେ କିଡନୀ ସମସ୍ୟା 

ଏମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବାଲେଶ୍ବରରୁ ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀରରୁ ସଂଗୀତା ସିଂହଦେଓ, ଜଗତସିଂହପୁରରୁ ବିଭୂ ପ୍ରସାଦ ତରାଇ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ ପ୍ରାର୍ଥୀ ହୋଇଛନ୍ତି।

ଆଧିକ ପଢନ୍ତୁ: ଦ୍ବିତୀୟ ସନ୍ତାନ ପାଇଁ କରୁଛନ୍ତି କି ପ୍ଲାନ? ଜାଣନ୍ତୁ ସଠିକ୍ ସମୟ ବ୍ୟବଧାନ କେତେ ରହିବା ଉଚିତ୍

ସେହିଭଳି କେନ୍ଦୁଝରରୁ ଅନନ୍ତ ନାଏକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ଯୁ ସେଠୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ରହିଛନ୍ତି।

ଆଧିକ ପଢନ୍ତୁ: ସିଜରିଆନ୍ ଜନ୍ମର କେତେ ଦିନ ପରେ ଶାରୀରିକ ସମ୍ପର୍କ ରଖିବା ଉଚିତ୍ ? ଜାଣି ନାହାନ୍ତି ଯଦି ନିହାତି ଜାଣନ୍ତୁ 

Share this story

World Odia Language Conferene