ପୁଣି ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦି, EVM ଭାଙ୍ଗି ଫେରାର ହେବାବେଳେ ଗୋଡାଇ ଧରିଲା ପୁଲିସ
 

BJP MLA Candidate Prashant Jagdev Smashes EVM
EVM ଭଙ୍ଗାରୁଜା କଲେ ପ୍ରଶାନ୍ତ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୁଣି ଦେଖିବାକୁ ମିଳିଲା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦି । ବୋଲଗଡରେ ଇଭିଏମ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡିରେ ଫେରାର ହେଉଥିବା ବେଳେ ପୁଲିସ ତାଙ୍କୁ ଗୋଡାଇ ଗୋଡାଇ ଧରିଛି। ଏହାପରେ ତାଙ୍କୁ ବୋଲଗଡ ଥାନାରେ ଅଟକ ରଖିଥିବା ଜଣାପଡିଛି।

ଅଧିକ ପଢନ୍ତୁ : ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ରୋଗ ଥିବା ଲୋକମାନେ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

ମିଳିଥିବା ସୂଚନା ଅନୁସାରେ ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଭୋଟିଂ ପାଇଁ ଲୋକ ଲାଇନରେ ଥିବା ବେଳେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ହଠାତ ବୁଥ୍‌ ଭିତରେ ପଶି ଭୋଟରଙ୍କୁ ଖରାପ ବ୍ୟବହାର କରିବା ସହ କାର୍ଯ୍ୟରତ ପୋଲିଂ ଅଫିସରଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। 

ଅଧିକ ପଢନ୍ତୁ : ମାରାତ୍ମକ ରୋଗ ଲୋ’ ବ୍ଲଡପ୍ରେସର ରୁ ରକ୍ଷା ପାଇଁ ଖାଆନ୍ତୁ ଏହି ସବୁ ଖାଦ୍ୟ...

ଏତିକିରେ ଅଟକି ନଥିଲେ ପ୍ରଶାନ୍ତ ଜଗଦ୍ଦେବ ବୁଥ୍‌ ଭିତରେ ଥିବା EVM ହୋଡିଂକୁ ଭାଙ୍ଗିଥିଲେ। ଯାହା ପରେ ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏହାପରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ସେଠାରୁ ଖସି ଯିବାକୁ ଉଦ୍ୟମ କରୁଥିଲେ। 

ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡିରେ ବସି ପ୍ରଶାନ୍ତ ଜଗଦ୍ଦେବ ଫେରାର ହେଉଥିବା ବେଳେ ତାଙ୍କୁ ଗୋଡାଇ ଗୋଡାଇ ଧରିଛି ପୁଲିସ। ବୋଲଗଡ ଥାନାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି।

ଅଧିକ ପଢନ୍ତୁ : କର୍ମକ୍ଷେତ୍ରରେ ହତୋତ୍ସାହ ହେବା ସହ ଆର୍ଥିକ କ୍ଷେତ୍ରରେ ଚିନ୍ତିତ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story