ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ମୁଖ୍ୟମନ୍ତ୍ରୀ, ଏହି ରାସ୍ତା ଦେଇ ଯିବ ଶୋଭାଯାତ୍ରା, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି

CM Naveen Patnaik To Conduct Roadshow In Bhubaneswar on may 16
ମେ’ ୧୬ରେ ନବୀନଙ୍କ ରୋଡ୍‌ ସୋ’ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ମେ’ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍‌ ସୋ’ ରହିଛି । ରୋଡ୍‌ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ’ LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଯିବ। 

ଅଧିକ ପଢନ୍ତୁ : ଏହି ସବୁ କାରଣ ପାଇଁ ହୋଇଥାଏ ହାର୍ଟ ଆଟାକ୍! ବେଳ ଥାଉ ଥାଉ ସତର୍କ ରହନ୍ତୁ ଓ ହାର୍ଟ ଆଟାକକୁ ଚିହ୍ନନ୍ତୁ 

ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ ବେଳେ ବ୍ୟାରିକେଡ଼ିଂ ବ୍ୟବସ୍ଥା କରାଯିବ। ସେହି ସମୟରେ ଲକ୍ଷାଧିକ ଲୋକ ଏକାଠି ହେବାକୁ ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ।

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

ରୋଡ୍‌ ସୋ’ ସମୟରେ ସିନିୟର ପୁଲିସ ଅଫିସର ମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ ବୋଲି ଭୁବନେଶ୍ବର ଡ଼ିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ : ଏହି ୬ ଟି ଖାଦ୍ୟ ବଢ଼ାଉଛି ଡାଇବେଟିସ୍ ହୋଇଯାଆନ୍ତୁ ସାବଧାନ! ନଚେତ୍... 
 

Share this story