ମୋକିମ ଓ ଚିରଞ୍ଜୀବଙ୍କୁ କଂଗ୍ରେସରୁ ନିଲମ୍ବିତ ଘଟଣା: ବିଧାୟକ ସୁରା ରାଉତରାୟ କହିଲେ ମୁଁ ଦିଲ୍ଲୀ ଯିବି ଆଉ...

I will try to resolve the suspend order imposed on two party leaders

ଓଡ଼ିଆ ଗସିପ ବ୍ୟୁରୋ : ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସର ଦୁଇ ଗୁରୁତ୍ୱପୂର୍ଣ୍ଣ ଲୋକ । ସେମାନେ ଦଳ ବିରୋଧୀ କାମ କରିଛନ୍ତି କି ନାହିଁ, ମୁଁ ଜାଣିନି ।  AICC କିଛି ତଥ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଛି । ହେଲେ ମୁଁ ଦିଲ୍ଲୀ ଯାଇ ଖଡ଼ଗେ, ରାହୁଲ ଗାନ୍ଧୀ, ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲାକୁମାରଙ୍କ ସହ ଆଲୋଚନା କରି ସମାଧାନ କରି ସେମାନଙ୍କୁ ଫେରାଇ ଆଣିବାକୁ ନିବେଦନ କରିବି ।

ଭୁଲ ସମସ୍ତଙ୍କ ଦ୍ୱାରା ହୁଏ । ସେମାନଙ୍କ ଦ୍ୱାରା ହୋଇଛି, ମୁଁ ବି ଭୁଲ କରେ । ତେବେ ସେମାନଙ୍କୁ ଦଳକୁ ଫେରାଇ ଆଣିବା କଥା । ୨୦୨୪ ନିର୍ବାଚନରେ ଏହାର କିଛିଟା ଫରକ ତ ପଡିବ । ହେଲେ କଂଗ୍ରେସ କାହା ପାଇଁ ଅପେକ୍ଷା କରିନି, ଏହା ୧୪୦ ବର୍ଷର ଦଳ । ସେମାନେ ଫେରି ଆସିଲେ ଭଲ ହୁଅନ୍ତା ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ।

ଅଧିକ ପଢ଼ନ୍ତୁ : ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ, ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଖବର ଅନୁଯାୟୀ, ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଗତକାଲି ଏଆଇସିସି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳରୁ ନିଲମ୍ବିତ କରିଥିଲା । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କରିଥିଲା AICC ।

ଅଧିକ ପଢ଼ନ୍ତୁ : ଗ୍ରହ ଗୋଚର (Grah Gochar): ୧୫ ଦିନରେ ମହତ୍ତ୍ବପୂର୍ଣ୍ଣ ଗ୍ରହ ଗୋଚର; ଏହି ରାଶି ଥିବା ବ୍ୟକ୍ତିମାନଙ୍କ ଜୀବନରେ ଆସିବ ବିରାଟ ପରିବର୍ତ୍ତନ!

ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟ ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ତେବେ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଏହି ଦୁଇ ନେତା ଏଆଇସିସିକୁ ଦେଇଥିଲେ । କିନ୍ତୁ ଏହି ଦୁଇ ନେତାଙ୍କ ଉତ୍ତରରେ ସନ୍ତୁଷ୍ଟ ନଥିଲା ଏଆଇସିସି । ତେଣୁ ଉଭୟ ନେତାଙ୍କୁ ଗତକାଲି ଏଆଇସିସି ଶୃଙ୍ଖଳା କମିଟି କଂଗ୍ରେସରୁ ସସପେଣ୍ଡ କରିଥିଲା ।

Share this story