ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପରେ ଆକୃଷ୍ଟ ହୋଇ ବିଜେଡିରେ ସାମିଲ ହେଲେ ବିଜେପି ନେତା ଓ କର୍ମୀ 
 

Malkangiri district BJP leader joined BJD
ବିଜେଡିରେ ସାମିଲ ହେଲେ ବିଜେପି ନେତା ଓ କର୍ମୀ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ନିର୍ବାଚନ ପୂର୍ବରୁ ଆହୁରି ଶକ୍ତିଶାଳୀ ହେଉଛି ବିଜେଡି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପରେ ଆକୃଷ୍ଟ ହୋଇ ବିରୋଧୀ ଦଳର ନେତାଠୁ ଆରମ୍ଭ କରି କର୍ମୀ ବିଜେଡିରେ ଯୋଗଦେଉଛନ୍ତି। ଯାହା ଆଗାମୀ ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳକୁ ଆହୁରି ଶସକ୍ତ କରୁଛି। 

ଏହି କ୍ରମରେ ଆଜି ମାଲକାନଗିରି ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ଶେଖର ସାହୁ, କାଲିମେଳା ବ୍ଲକର ପଶୁଗୁଡ଼ା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ରାମ ରବା ଏବଂ ବାଲିମେଳାର ବିଜେପି ସକ୍ରିୟ ସଦସ୍ୟ ଏନ୍‌. ଦାଶରଥୀ ଶଙ୍ଖଭବନରେ ବିଜେଡିରେ ଯୋଗ ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିଜେପି କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ ।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଶ୍ରୀ ସାହୁ କହିଥିଲେ ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପରେ ଆକୃଷ୍ଟ ହୋଇ ଏବଂ ରାଜ୍ୟ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସାଙ୍ଗଠନିକ ଦକ୍ଷତାରେ ବିଶ୍ୱାସ ରଖି ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପତ୍ତି ନେଲୁ ।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।ଏହି ମିଶ୍ରଣ ପର୍ବରେ ମାଲକାନଗିରି ଜିଲ୍ଲା ବିଜେଡ଼ି ସଭାପତି ମାନସ ମାଡ଼କାମୀ, ପ୍ରକାଶ ମହାନ୍ତି, ବିଜେଡ଼ି ମୁଖପାତ୍ର ଅମିତ ମଲ୍ଲିକ ଏବଂ ମାଲକାନଗିରି ଜିଲ୍ଲା ମହିଳା ବିଜେଡ଼ି ପର୍ଯ୍ୟବେକ୍ଷକ ଶ୍ରୀମତୀ ଲୋରା ମହାପାତ୍ର ଉପସ୍ଥିତ ଥିଲେ ।

ଅଧିକ ପଢ଼ନ୍ତୁ: ଜୁଇରୁ ଅଧା‌ପୋଡା ମୃତଦେହ ଉଠାଇ ଆଣିଲା ମା’, ହାତ ଓ ଗୋଡ଼ ବାନ୍ଧି ଶାଶୁଘରଲୋକ କରିଥିଲେ ହତ୍ୟା

ଅନ୍ୟପଟେ ଏହାପୂର୍ବରୁ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ୱାର୍ଡ ନଂ ୪୦ରୁ ୨୦୦ ବିଜେପି କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେଡ଼ିରେ ସାମିଲ ହୋଇଛନ୍ତି। ପୂର୍ବତନ ବିଜେପି ମହିଳା ମୋର୍ଚ୍ଚା ସମ୍ପାଦିକା ପାୟଲ ପଲ୍ଲବୀ ଦାଶ ଓ ପୂର୍ବତନ ଯୁବ ବିଜେପି ମୋର୍ଚ୍ଚା ଉପ ସଭାପତି ଅଭିଳାସ ଦାଶ ( ଲାଲା )ଙ୍କ ନେତୃତ୍ୱରେ ଏହି କର୍ମୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି।

ଅଧିକ ପଢ଼ନ୍ତୁ: ଆର୍ଥିକ ବାଧା ସହ ଅଧିକ ଖର୍ଚ୍ଚାନ୍ତ ଯୋଗ ଯୋଗୁଁ କଠିନ ପରିସ୍ଥିତି ଦେଇ ଗତି କରିବେ, ପଢନ୍ତୁ ଆଜିର ରାଶିଫଳ

ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ୱାର୍ଡ ନଂ ୪୦ କର୍ପୋରେଟର ଆସିୟା ବେଗମଙ୍କ ପୌତାହିତ୍ୟରେ ଆୟୋଜିତ ମିଶ୍ରଣ ପର୍ବ ଓ ଯୁବ ଛାତ୍ର ବିଜେଡିର ବନ୍ଧୁମିଳନ କାର୍ଯ୍ୟକ୍ରମରେ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ନେତୃତ୍ୱରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ବିଜେଡି ନେତା ଫିରୋଜ ଖାଁ ପରିଚାଳନା କରିଥିଲେ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି
 

 

Share this story