ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ
 

Notifications for 4th phase elections
ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
 

ଓଡ଼ିଆ ଗସିପ୍ ବ୍ୟୁରୋ: ଓଡିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। 

ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ।

ଅଧିକ ପଢନ୍ତୁ : ଅଚାନକ୍ “ହୃଦଘାତ” ଆସିଲେ କରିବେ କଣ ? ଜାଣିଲେ ଆପଣ ମଧ୍ୟ ବଞ୍ଚାଇପାରିବେ ଜଣଙ୍କ ଜୀବନ

ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

ଅଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ଦେଖା ଦେବା ସହ ଚିନ୍ତାରେ ବୁଡ଼ି ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story