କଥା ରଖିଲାନି ସାନ ପୁଅ ମନ୍ମଥ, BJD ରେ ମିଶିବା ପରେ ବାପା ସୁର ନେଲେ ଏଭଳି ପଦକ୍ଷେପ
 

Sura Routray resigns from all committees of congress party
ପୁଅ ମନ୍ମଥ BJD ରେ ଯୋଗ ଦେବା ପରେ  ସୁର ନେଲେ ଏଭଳି ପଦକ୍ଷେପ
 

ଓଡ଼ିଆ ଗସିପ୍ ବ୍ୟୁରୋ: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଓ ବର୍ତ୍ତମାନର ଜଟଣୀ ବିଧାୟକ ସୁର ରାଉତରାୟ କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଇ ଛନ୍ତି। ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି। 

ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ। ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି। ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛି। ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର। ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି। ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସେ।

ଆଧିକ ପଢନ୍ତୁ: ସିଜରିଆନ୍ ଜନ୍ମର କେତେ ଦିନ ପରେ ଶାରୀରିକ ସମ୍ପର୍କ ରଖିବା ଉଚିତ୍ ? ଜାଣି ନାହାନ୍ତି ଯଦି ନିହାତି ଜାଣନ୍ତୁ 

ଏଥର ସୁର ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। କଂଗ୍ରେସ ତାଙ୍କୁ ଟିକଟ ଦେବାକୁ ଚାହୁଁଥିଲେ ମଧ୍ୟ ସେ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ବୟସାଧିକ୍ୟ କାରଣରୁ ସେ ଆଉ ନିର୍ବାଚନ ଲଢ଼ିବେ ନାହିଁ ବୋଲି କହିଛନ୍ତି।ଏହାପୂର୍ବରୁ ଆଜି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। 

ଆଧିକ ପଢନ୍ତୁ: ଦ୍ବିତୀୟ ସନ୍ତାନ ପାଇଁ କରୁଛନ୍ତି କି ପ୍ଲାନ? ଜାଣନ୍ତୁ ସଠିକ୍ ସମୟ ବ୍ୟବଧାନ କେତେ ରହିବା ଉଚିତ୍

ମନ୍ମଥ ପେସାରେ ଜଣେ ପାଇଲଟ। ସେ ପାଇଲଟ ଚାକିରି ଛାଡ଼ି ରାଜନୀତି ପ୍ରତି ଆକୃଷ୍ଟ ହୋଇଛନ୍ତି। ଜଟଣୀରୁ ନିର୍ବାଚନ ଲଢ଼ିବେ ବୋଲି ସେ ମନସ୍ଥ କରିଥିଲେ, ହେଲେ ଆଜି ସେ ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ।

ଆଧିକ ପଢନ୍ତୁ : ଦଳ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲେ BJD ସୁପ୍ରିମୋ ନବୀନ, ଜାଣନ୍ତୁ କେଉଁଠାରୁ ଲଢ଼ିବ କିଏ?

Share this story